ଗତ ଦୁଇ ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି ଦେଶରେ ଜାରି ରଖିଥିବା କରୋନା ମହାମାରୀ କାରଣରୁ ସାଧାରଣ ଲୋକ ମାନଙ୍କ ଆର୍ଥିକ ସ୍ଥିତି ସଂପୂର୍ଣ୍ଣ ଭାବରେ ଭାଙ୍ଗି ପଡ଼ିଛି। ଏଭଳି କଠିନ ସମୟରେ ଗରିବ ଲୋକ ମାନଙ୍କୁ ସାହାଯ୍ୟ କରିବାକୁ ଭିନ୍ନ ପଦକ୍ଷେପ ନେଇଛନ୍ତି ମୋଦି ସରକାର।
ଦେଶରେ ଥିବା ଗରିବ ଶ୍ରେଣୀର ଲୋକ ମାନଙ୍କୁ ମାଗଣାରେ ରାସନ ଯୋଗାଇ ଦେବାକୁ ମୋଦି ସରକାର କରୋନା ର ପ୍ରଥମ ଲହର ସମୟରେ ଏକ ଯୋଜନା ଆରମ୍ଭ କରିଥିଲେ, ଯାହାର ନାଆଁ ହେଉଛି ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଅନ୍ନ ଯୋଜନା। ଏହି ଯୋଜନାରେ ଅନ୍ତର୍ଗତ ହିତାଧିକାରୀ ମାନଙ୍କୁ କେନ୍ଦ୍ର ସରକାରଙ୍କ ତରଫରୁ କରୋନା ସମୟ ଠାରୁ ମାଗଣାରେ ରାସନ ଯୋଗାଇ ଦିଆଯାଉଛି। ତେବେ ବର୍ତ୍ତମାନ ସମୟରେ ଏହି ଯୋଜନାକୁ ଆହୁରି ୬ ମାସ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର।
ନିକଟରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍ ବୈଠକ ରେ ଏଭଳି କିଛି ନିଷ୍ପତି ନେଇଛନ୍ତି କେନ୍ଦ୍ର ସରକାର। ଏହି ବୈଠକରେ ଫୁଡ୍ କର୍ପୋରେସନ୍ ଅଫ୍ ଇଣ୍ଡିଆର ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ। ବୈଠକରେ ଅତିରିକ୍ତ ଗହମ ଏବଂ ଚାଉଳ କ୍ରୟ ଏବଂ ସଂରକ୍ଷଣ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ଏଥି ସହିତ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନଙ୍କୁ ଜୁଲାଇ ରୁ ନଭେମ୍ବର ପର୍ଯ୍ୟନ୍ତ ୫ ମାସର ମାଗଣାରେ ଡାଲି ଓ ଚାଉଳ ସାଧାରଣ ବଣ୍ଟନ ବ୍ୟବସ୍ଥା ଜରିଆ ଯୋଗାଇ ଦିଆଯିବା ପାଇଁ ନିଷ୍ପତି ନିଆଯାଇଛି।
ତେବେ ସୂଚନା ଯୋଗ୍ୟ ଯେ, କରୋନା ମହାମାରୀ କାରଣରୁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ ଗରିବ ଲୋକ ମାନଙ୍କୁ ୫ କେଜି ଚାଉଳ କିମ୍ବା ଗହମ ଓ ୧ କେଜି ଡାଲି ଯୋଗାଇ ଦିଆଯାଉଛି। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ରେ ଅନ୍ତର୍ଭୁକ୍ତ ୮୦ କୋଟି ଲୋକ ଏହି ଯୋଜନା ଦ୍ୱାରା ଲାଭବାନ ହେଉଛନ୍ତି। ଲୋକମାନେ ୫ କେଜି ଚାଉଳ, ଗହମ ଓ ଡାଲି ଯଥାକ୍ରମେ ୩, ୨ ଓ ୧ ଟଙ୍କାରେ କିଣିପାରୁଛନ୍ତି।
ତେବେ ତଳେ ଥିବା ଆମ ପେଜକୁ ଲାଇକ କରନ୍ତୁ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।